Thu. Oct 23rd, 2025

ନ୍ୟୁଜ ଡେକ୍ସ : ‘ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା’ ର ପ୍ରତିଶ୍ରୁତିକୁ ଆଗକୁ ବଢାଇ ନେଇ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ ‘ଜିରୋ ଆକ୍ସିଡେଣ୍ଟ ଡେ’ ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଇଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରୋ ଆକ୍ସିଡେଣ୍ଟ ସେଲ୍ଫି ପଏଣ୍ଟକୁ ଉଦଘାଟନ କରିବା ସହିତ ସଡକ ସୁରକ୍ଷା ବାର୍ତ୍ତା ପ୍ରଚାରକ ମାନଙ୍କୁ ସେହିଠାରେ ସମ୍ବର୍ଦ୍ଧିତ କରିଥିଲେ । ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ସୁରକ୍ଷା କେବଳ ସରକାରଙ୍କର ଦାୟିତ୍ବ ନୁହେଁ । ଏଥିପ୍ରତି ସଚେତନ ହେବା ପ୍ରତ୍ୟେକ ବ୍ୟକ୍ତିଙ୍କର ସାମୂହିକ ଦାୟିତ୍ବ ।

ଭୁବନେଶ୍ବରରେ ଶୂନ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ କେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି । ଆମର ଲକ୍ଷ୍ୟ ହେବ, ଶୂନ ଦୁର୍ଘଟଣା ଦିବସ ସଚେତନତା ବାର୍ତ୍ତାକୁ ପ୍ରତି ସହର, ଗାଁ ଏପରିକି ଘରେ ଘରେ ପହଞ୍ଚାଇବା । ନିଜେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରାଇବା । ସମସ୍ତ କ୍ଷେତ୍ରରେ ସତର୍କତା ହିଁ ଆମକୁ ଏସବୁ ଦୁର୍ଘଟଣାରୁ ବଞ୍ଚେଇ ପାରିବ ।

Leave a Reply

Your email address will not be published. Required fields are marked *