Thu. Oct 23rd, 2025

ନ୍ୟୁଜ ଡେକ୍ସ : ରାଜ୍ୟରେ ପ୍ରଥମ ଥର ପାଇଁ ବିଏମ୍‌ସି ପକ୍ଷରୁ ବୁଲା କୁକୁରଙ୍କ ଗଣନା ହେବ। ସମୁଦାୟ ଦୁଇଟି ପର୍ଯ୍ୟାୟରେ ମୋଟ ୬୭ଟି ଓ୍ବାର୍ଡରେ ଥିବା ବୁଲା କୁକୁରଙ୍କ ଗଣନା କରାଯିବ। ଏଥିପାଇଁ ବିଏମ୍‌ସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଥମ ପର୍ଯ୍ୟାୟ ସେପ୍ଟେମ୍ବର ୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ, ଦ୍ବିତୀୟ ପର୍ଯ୍ୟାୟ ୨୧ରୁ ୨୪ତାରିଖ ପର୍ଯ୍ୟନ୍ତ ଚାଲିବ ।

ଭୁବନେଶ୍ୱରବାସୀଙ୍କ ବୃହତ୍ତର ସ୍ୱାର୍ଥ ତଥା ଦୁର୍ଘଟଣା ଏବଂ ବିଭିନ୍ନ ସଂକ୍ରାମକ ରୋଗ ବ୍ୟାପିବାରୁ ରକ୍ଷା କରିବା ପାଇଁ ବିଏମ୍ ସି ପକ୍ଷରୁ ରାଜ୍ୟରେ ପ୍ରଥମ କରି ଏହି ପଦକ୍ଷେପ ନିଆଯାଇଛି । ଏଥିପାଇଁ ଭୁବନେଶ୍ୱରବାସୀ ଆମର କୁକୁର ଗଣନାକାରୀଙ୍କୁ ସହଯୋଗ ଓ ସହାୟତା ପ୍ରଦାନ କରିବା ପାଇଁ ମାନନୀୟା ମେୟର ଓ କମିଶନର ଅନୁରୋଧ କରିଛନ୍ତି ।

ପ୍ରତ୍ୟେକ ଗଳିକନ୍ଦିରେ ଦୁଇ ଦୁଇଟି ପର୍ଯ୍ୟାୟରେ ଏବଂ ବୈଜ୍ଞାନିକ ପଦ୍ଧତିରେ ବୁଲା କୁକୁର ଗଣନା କରାଯିବ । ଭୋର ୫ଟାରୁ ସକାଳ ୭ଟା ଯାଏଁ ଏହି କୁକୁର ଗଣନା ଚାଲିବ । ପ୍ରଥମ ପର୍ଯ୍ୟାୟ ସେପ୍ଟେମ୍ବର ୧୭ରୁ ୨୦ ତାରିଖ ଏବଂ ଦ୍ୱିତୀୟ ପର୍ୟ୍ୟାୟ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ ।

Leave a Reply

Your email address will not be published. Required fields are marked *