Thu. Oct 23rd, 2025

ନ୍ୟୁଜ ଡେକ୍ସ : ଖୋଲିଲା ସୁଭଦ୍ରା ଅଭିଯୋଗ ପୋର୍ଟାଲ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ବାଦ ପଡିଥିବା ହିତାଧିକାରୀ ପୋର୍ଟାଲରେ ଅଭିଯୋଗ କରିପାରିବେ । ଏହା ସହ ଆଉ ଥରେ ସାମିଲ ପାଇଁ ମଧ୍ୟ ଆବେଦନ କରିପାରିବେ । ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୮୫ ହଜାର ହିତାଧିକାରୀ ଏଥିରୁ ବାଦ ପଡିଛନ୍ତି । ଆସନ୍ତା ଅକ୍ଟୋବର ୧୭ ତାରିଖ ମଧ୍ୟରେ ସୁଭଦ୍ରା ଯୋଜନାର ବର୍ଷ ପୂରଣ ହେବ ।

ଆଉ ଏହି ବର୍ଷ ପୂର୍ତ୍ତି ଅବସରରେ ୩୪୮ ସୁଭଦ୍ରା ସିଡିପିଓ ୟୁନିଟରେ ଧନ୍ୟବାଦ ମୋଦୀ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମ ଅକ୍ଟୋବର ୧୫ ଯାଏଁ ଚାଲିବ । ପ୍ରତିଟି ଅଙ୍ଗନବାଡି କେନ୍ଦ୍ରରେ ଏହି କାର୍ଯ୍ୟକ୍ରମ ଚାଲିବ ।ସୁଭଦ୍ରା ଅଭିଯୋଗ ପୋର୍ଟାଲ ଜରିଆରେ ହିତାଧିକାରୀ ବିଭାଗ ସହିତ ଯୋଗାଯୋଗ କରିପାରିବେ । ସେମାନଙ୍କ ସମସ୍ତ ଅଭିଯୋଗର ଜବାବ ରଖିବ ବିଭାଗ । ସୁଭଦ୍ରା ଯୋଜନା ନେଇ ଲୋକେ ଅନେକ ଅଭିଯୋଗ କରୁଥିଲେ ବି ଏହାର ଉତ୍ତର ପାଇ ପାରୁନଥିଲେ ।

ଏବେ ସବୁ ଅଭିଯୋଗର ଉତ୍ତର ରଖିବେ ବିଭାଗୀୟ ଅଧିକାରୀ । ଲୋକଙ୍କ ଅଭିଯୋଗଗୁଡ଼ିକ ବ୍ଲକ କମିଟି ଯାଞ୍ଚ କରିବ ଏବଂ ପରେ ଜିଲ୍ଲା ସ୍ତରକୁ ଯାଞ୍ଚ ପାଇଁ ଯିବ । ଜିଲ୍ଲା କମିଟି ନେବ ହିତାଧିକାରୀଙ୍କୁ ନେଇ ନିଷ୍ପତ୍ତି ନେବ । ଏହାର ଷ୍ଟାଟସ୍ ସବୁ ତଥ୍ୟ ପୋର୍ଟାଲରେ ଉପଲବ୍ଧ ରହିବ ।

Leave a Reply

Your email address will not be published. Required fields are marked *