Wed. Oct 22nd, 2025

ନ୍ୟୁଜ ଡେକ୍ସ : ସେପ୍ଟେମ୍ବର ଶେଷ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ୩ଟି ଲଘୁଚାପ । ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏହା ସୃଷ୍ଟି ସମ୍ଭାବନା ରହିଛି । ମିଆଁମାର-ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇପାରେ ସ୍ପଷ୍ଟ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା । ୨୩ ତାରିଖ ପରେ ନିର୍ଦ୍ଧୁମ ଛେଚିବ ।

ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୫ ତାରିଖ ଆଡ଼କୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ । ତେବେ ୩୦ରେ ମିଆମାର୍‌ ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଅକ୍ଟୋବର ୧ ତାରିଖରେ ଲଘୁଚାପର ରୂପ ନେବା ସହ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି ।

ପ୍ରଭାବରେ ୧ ଓ ୨ ତାରିଖରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନାକୁ ନେଇ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *