ନ୍ୟୁଜ ଡେକ୍ସ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଜିଆଁକଟାର ଏକ ଭଡ଼ା ଘରେ ବାଣ ଗଚ୍ଛିତ ରଖିଥିଲେ ଜଣେ ବ୍ୟବସାୟୀ । କୌଣସି କାରଣବଶତଃ ସେଥିରେ ନିଆଁ ଲାଗିଯାଇଥିଲା । ଫଳରେ ଗୋଦାମରେ ଥିବା ସବୁ ବାଣ ଏକା ସାଙ୍ଗରେ ବିସ୍ଫୋରଣ ହୋଇଥିଲା । ଯାହା ଫଳରେ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା ।
ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ପୁରୁଣା କଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
