ନ୍ୟୁଜ ଡେକ୍ସ : ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୮ରୁ ନଭେମ୍ବର ୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧ ନଭେମ୍ବରରୁ ୫ ଯାଏଁ ପଞ୍ଚକ ବ୍ରତ ପାଳନ କରାଯିବ।
୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର। ୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ସୂଚନାଥାଉକି, ଅକ୍ଟୋବର ୮ରୁ ନଭେମ୍ବର ୫ ପର୍ଯ୍ୟନ୍ତ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ । ନଭେମ୍ବର ୫ରେ ଡ଼ଙ୍ଗା ଭସା ସହିତ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯିବ ।ସେହିପରି କାର୍ତ୍ତିକ ବ୍ରତ ଓ ବଡ଼ ଓଷା ପାଇଁ ଧବଳେଶ୍ୱର ପୀଠରେ ପ୍ରବଳ ଭିଡ଼ ହୋଇଥାଏ ।
ତେଣୁ ଏଥିପାଇଁ ସ୍ୱତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଶ୍ରଦ୍ଧାଳୁମାନଙ୍କ ଦର୍ଶନରେ ଯେମିତି କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଧ୍ୟାନ ଦିଆଯିବ ବୋଲି ଆଜି ପ୍ରସ୍ତୁତ ବୈଠକରେ ନିଷ୍ପତ୍ତି ହୋଇଛି ।
