Thu. Oct 23rd, 2025

ନ୍ୟୁଜ ଡେକ୍ସ : ବହୁଚର୍ଚ୍ଚିତ ଶୁଭମିତ୍ରା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତର ଅଡୁଆ ବଢ଼ିବାକୁ ଯାଉଛି। ପ୍ରଥମ ପତ୍ନୀ ଅପର୍ଣ୍ଣା ପ୍ରିୟଦର୍ଶିନୀଙ୍କ ୨୦୨୨ ମସିହାରେ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ନେଇ ଦୀପକ କହୁଥିଲେ ବି ତାଙ୍କୁ ଯୋଜନାବଦ୍ଧ ହତ୍ୟା ହୋଇଥିବା ନେଇ ଆଜି ଆଇନ ମନ୍ତ୍ରୀ କହିଛନ୍ତି |

ବାସ୍ତବରେ ଆଜି ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ହତ୍ୟାକାଣ୍ଡକୁ ନେଇ ବିଜେଡ଼ି ଦେଇଥିବା ମୁଲତବୀ ପ୍ରସ୍ତାବର ଉତ୍ତର ରଖି ବଡ଼ ଖୁଲାସା କରିଛନ୍ତି ଆଇନ ମନ୍ତ୍ରୀ । ଆଇନ ମନ୍ତ୍ରୀ କହିଛନ୍ତି ଯେ ୨୦୧୮ ମସିହାରେ ଅଭିଯୁକ୍ତ ଦୀପକ ରାଉତ ନିଜ ପ୍ରଥମ ପତ୍ନୀ ଅପର୍ଣ୍ଣା ପ୍ରିୟଦର୍ଶିନୀଙ୍କୁ ବିବାହ କରିଥିଲେ । ୨୦୨୨ ମସିହାରେ ବୀମା ଟଙ୍କା ହଡ଼ପ କରିବାକୁ ପ୍ରଥମ ପତ୍ନୀଙ୍କ ହତ୍ୟାକୁ କରିଥିଲା ଦୀପକ ରାଉତ ।

ସେତେବେଳେ ତଦନ୍ତ ସମୟରେ ବିଜେଡ଼ି ସରକାର ଥିଲା ।ତଦନ୍ତ ସମୟରେ ଟ୍ରକ୍ ଧକ୍କାରେ ଅପର୍ଣ୍ଣାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଥିଲା । କିନ୍ତୁ ଦୁର୍ଘଟଣା ଘଟାଇଥିବା ଟ୍ରକଟି ଘଟଣା ଦିନ ରାଉରକେଲାରେ ଥିବା ଜଣାପଡିଥିଲା । ତେଣୁ ଅପର୍ଣ୍ଣାଙ୍କ ହତ୍ୟା କାହିଁକି ହୋଇଥିଲା ଏବଂ କାହା ସ୍ୱାର୍ଥରେ ହତ୍ୟାକୁ ଲୁଚାଇ ଦିଆଯାଇଥିଲା ତାହା ସ୍ପଷ୍ଟ ହେବା ଦରକାର ବୋଲି କହି ପୂର୍ବ ବିଜେଡ଼ି ସରକାରକୁ ଟାର୍ଗେଟ କରିଥିଲେ ପୃଥ୍ୱୀରାଜ ।

Leave a Reply

Your email address will not be published. Required fields are marked *