ନ୍ୟୁଜ ଡେକ୍ସ : ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସତର୍କ କରାଇଲେ SRC । VCରେ ୧୮ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହେଲେ SRC । ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ନୂଆପଡ଼ା ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି SRC ।
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଆଉ ୪ଟି ଗେଟ୍ ଖୋଲିଛି । ମୋଟ୍ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।୩ ଲକ୍ଷ ୬୦ ଜଳ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଜଳ ସଂପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ କହିଛନ୍ତି ଯେ ତଳମୁଣ୍ଡରେ ବର୍ଷା ନଥିବାରୁ ସ୍ଥିତି ନିୟନ୍ତ୍ରଣରେ ରହିଛି ।ଏଥିସହ କହିଛନ୍ତି, ଶୁକ୍ରବାର ମୁଣ୍ଡଳିରେ ସକାଳ ୮ ରୁ ୧୧ ଟା ମଧ୍ୟରେ ୬ ଲକ୍ଷ ଜଳ ପ୍ରବାହିତ ହେବ ।
ଫଳରେ ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବଢିବ । ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବଢିବ, କିନ୍ତୁ ବନ୍ୟା ସ୍ଥିତି ନାହିଁ । ବର୍ଷା କମିଥିବାରୁ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ ବୋଲି ସୂଚନା ଦେଇଛନ୍ତି ଜଳ ସମ୍ପଦ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢ଼ୀ ।
