ନ୍ୟୁଜ ଡେକ୍ସ : ଐତିହାସିକ ବାଲିଯାତ୍ରାକୁ ନେଇ ବିଚାର କରୁଛି ଜିଲ୍ଲା ପ୍ରଶାସନ। ଉପର ପଡ଼ିଆରେ ହୋଇପାରେ ବାଲିଯାତ୍ରା। ଏନେଇ କୋର୍ଟଙ୍କୁ ଦିଆଯିବ ସତ୍ୟପାଠ। ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି।
ଆସନ୍ତା ୯ ତାରିଖରେ ହେବାକୁ ଥିବା ହାଇକୋର୍ଟର ଶୁଣାଣି ବେଳେ ଏହି ନିଷ୍ପତ୍ତି ସଂପର୍କରେ ବିଚାର ଉପସ୍ଥାପନ କରାଯିବ । କୋର୍ଟଙ୍କ ନିଷ୍ପତ୍ତି ଅନୁସାରେ, ବାଲିଯାତ୍ରା ଆୟୋଜିତ ହେବ ବୋଲି ସୂଚନା ମିଳିଛି ।ଲୋକ ପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ଐତିହ୍ୟ ଏବଂ ପରମ୍ପରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ହୋଇଥିବା ଜିଲ୍ଲାପାଳ କହିଛନ୍ତି । ପୂର୍ବରୁ କେବଳ ତଳ ପଡିଆରେ ବାଲିଯାତ୍ରାକୁ ନେଇ ବିବାଦ ଉଠିଥିଲା।
ସେପଟେ ୨୬ ସେପ୍ଟେମ୍ବରରୁ ୦୯ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ ପଞ୍ଜିକରଣ ପାଇଁ ଆବେଦନ। ଜଣେ ବ୍ୟକ୍ତି ଓ ଅନୁଷ୍ଠାନ ୩ ଟି ଲେଖାଁଏ ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ କରିପାରିବେ। ୧୦୦ ଟଙ୍କା ଦେଇ ଫର୍ମ ନେଇ କରିପାରିବେ ଏହି ଆବେଦନ। cuttack.odisha.gov.in ୱେବସାଇଟରେ ଅଧିକ ବିବରଣୀ ପାଇପାରିବେ। ଖାଦ୍ୟ ପାଇଁ ଅଲଗା ଓ ଅନ୍ୟାନ୍ୟ ପାଇଁ ଅଲଗା ଅଲଗା ଆବେଦନ କରି ପାରିବେ ବ୍ୟକ୍ତି ଓ ଅନୁଷ୍ଠାନ। ଚଳିତ ବର୍ଷ ପ୍ଲଟ ପଞ୍ଜିକରଣ ୫ ହଜାର ଟଙ୍କା ରଖାଯାଇଛି।
