Thu. Oct 23rd, 2025

ନ୍ୟୁଜ ଡେକ୍ସ: ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ଡାକରାରେ ସକାଳ ୬ଟାରୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।

ବନ୍ଦ ଯୋଗୁ ଦୋକାନ ବଜାର, ଗାଡ଼ି ଚଳାଚଳ,ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ବନ୍ଦ ରହିଛି। ବିଶେଷ କରି ସି. ଓ ବି. ଗ୍ରୁପରେ ସରକାର ଯେଉଁ ନିଯୁକ୍ତି କରିଛନ୍ତି ସେଥିରେ ସ୍ଥାନୀୟ ଜିଲ୍ଲାର ପିଲାମାନଙ୍କୁ ନିଯୁକ୍ତି କରାନଯାଇ ବାହାର ଜିଲ୍ଲା ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଉଥିବା କାରଣରୁ ସ୍ଥାନୀୟ ଶିକ୍ଷିତ ପିଲାମାନେ ଉପେକ୍ଷିତ ହେଉଥିବା ଅଭିଯୋଗ ହୋଇଛି। ତେଣୁ ସରକାର ସେହି ନିୟମ ପ୍ରତ୍ୟାହାର କରି ଜିଲ୍ଲା ଭିତ୍ତିକ ନିଯୁକ୍ତି ନିମନ୍ତେ ନିୟମ ପ୍ରଣୟନ କରି ଜିଲ୍ଲାର ପ୍ରାର୍ଥୀମାନଙ୍କୁ ସି ଓ ବି ଗ୍ରୁପରେ ନିଯୁକ୍ତି କରିବା ଦାବିରେ କୋରାପୁଟ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ତେବେ ସୂଚନା ମୁତାବକ, ଆଦିବାସୀ ଅଧ୍ୟୁଷିିତ ଜିଲ୍ଲାରେ ହଜାର ହଜାର ଶିକ୍ଷିତ ଆଦିବାସୀ ଯୁବକ ଯୁବତୀ ଚାକିରୀ ପାଇଁ ଆଶାୟୀ ଥିବାବେଳେ ସରକାର ସେମାନଙ୍କ ପ୍ରତି ଅଣଦେଖା କରି ବାହାର ଜିଲ୍ଲାରପ୍ରାର୍ଥୀଙ୍କୁ ଚାକିରି ଦେଉଥିବା ଅଭିଯୋଗ ହୋଇଛି।

ଏହାଫଳରେ ଜିଲ୍ଲାର ଯୁବକ ଯୁବତୀ କର୍ମସଂସ୍ଥାନ ସନ୍ଧାନରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯିବାପାଇଁ ବାଧ୍ୟ ହେଉଛନ୍ତି ବୋଲି ଅଭିଯୋଗ ହୋଇଛି। କୋରାପୁଟ ଜିଲ୍ଲାରେ ୯୨୨ରୁ ମାତ୍ର ୪୦ ଜଣ ଏବଂ ନବରଙ୍ଗପୁରରେ ୮୬୦ରୁ ୧୩୪ ଜଣ ଜିଲ୍ଲାର ପ୍ରାର୍ଥୀ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଛନ୍ତି ବୋଲି ଅଭିଯୋଗ ହୋଇଛି।

Leave a Reply

Your email address will not be published. Required fields are marked *