Fri. Oct 24th, 2025

ନ୍ୟୁଜ ଡେକ୍ସ: ଆଜିଠୁ ରାଜ୍ୟର ଦକ୍ଷିଣାଞ୍ଚଳ ଏବଂ ପଶ୍ଚିମାଞ୍ଚଳରେ ପ୍ରଭାବିତ ହୋଇପାରେ ଗମନାଗମନ ବ୍ୟବସ୍ଥା। ଆଜିଠୁ ୧୪ ଜିଲ୍ଲାରେ ୨୪ ଘଣ୍ଟିଆ ବସ୍ ସେବା ବନ୍ଦ ରଖିବାକୁ ଚେତାବନୀ ଦେଇଛନ୍ତି ପଶ୍ଚିମାଞ୍ଚଳ ଏବଂ ଦକ୍ଷିଣାଞ୍ଚଳର ୨୪ଟି ଘରୋଇ ବସ୍ ମାଲିକ ସଂଘର ସଦସ୍ୟ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବସ୍ ନ ଚଳାଇବାକୁ ସଂଘ ନିଷ୍ପତ୍ତି ନେଇଛି।

ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ବସ୍ ନ ଚଳାଇବାକୁ ସଂଘ ନିଷ୍ପତ୍ତି ନେଇଛି। ଆଜି ସନ୍ଧ୍ୟା ୬ଟାରୁ ୮ ତାରିଖ ସନ୍ଧ୍ୟା ୬ଟା ଯାଏଁ ୧୪ ଜିଲ୍ଲାରେ ଘରୋଇ ବସ୍ ଗଡିବନି ବୋଲି ଚେତାବନୀ ଦେଇଛନ୍ତି ସଂଘର ସଦସ୍ୟ।  ବିଗତ ଦିନରେ ଲକ୍ଷ୍ମୀ ବସ୍‌ ସେବା ଆରମ୍ଭ ହେବା ପରେ ଘରୋଇ ବସ୍‌ ମାଲିକମାନେ କ୍ଷତି ସହିବାରୁ ‌‌ଆନ୍ଦୋଳନକୁ ଓହ୍ଲାଇ ଥିଲେ। ପରେ ତତ୍କାଳୀନ ବିଜେଡି ସରକାର ରାଜ୍ୟ ସଂଘ ସହ ଆଲୋଚନା କରିଥିଲେ। ଆଜି ସଂଧ୍ୟା ୬ଟାରୁ ୮ ତାରିଖ ସଂଧ୍ୟା ୬ଟା ଯାଏଁ ୧୪ ଜିଲ୍ଲାରେ ଘରୋଇ ବସ୍ ଗଡ଼ିବନି ବୋଲି ଚେତାବନୀ ଦେଇଛନ୍ତି ସଂଘର ସଦସ୍ୟ।

ରାଜ୍ୟ ସରକାରଙ୍କ ଦ୍ୱିତୀୟ ପର୍ଯ୍ୟାୟ ତଥା ବ୍ଲକ ଏବଂ ଜିଲ୍ଲା ସଦର ମହକୁମା ମଧ୍ୟରେ ଟାୟାର-ଟୁ AC ବସ୍ ସେବା ନିଷ୍ପତ୍ତିକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଛି। ସଂଘଗୁଡିକର ଅଭିଯୋଗ ଯେ, ପଞ୍ଚାୟତରୁ ବ୍ଲକ୍ ମୁଖ୍ୟାଳୟକୁ ପୂର୍ବ ସରକାର ଅମଳରେ ‘ଲକ୍ଷ୍ମୀ ବସ୍’ ଚାଲୁଥିଲା। ଏବେ ଯଦି ବ୍ଲକ ଏବଂ ଜିଲ୍ଲା ମୁଖ୍ୟାଳୟ ମଧ୍ୟରେ ବସ୍ ଚଳାଚଳ କରେ, ତେବେ ସେହି କ୍ଷତି ଆଉ ସହିବା ଅବସ୍ଥାରେ ନାହୁଁ । ରାଜ୍ୟ ସରକାର ଏ ଦିଗରେ ବିହିତ ପଦକ୍ଷେପ ନ ନେଲେ ଆଜିଠୁ ଆନ୍ଦୋଳନର ଧମକ ଦିଆଯାଇଛି।

Leave a Reply

Your email address will not be published. Required fields are marked *