ନ୍ୟୁଜ ଡେକ୍ସ: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯିବ ୧ଟଙ୍କା। ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ।ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ। ଆଜି ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା |
ତେବେ ଆସନ୍ତା ୯ ତାରିଖରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଟଙ୍କା ଦିଆଯିବ । ଏହାକୁ ନେଇ ଆଜି ସୁଦ୍ଧା ପାଖାପାଖି ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏଥିସହିତ ଆଜି ସୁଦ୍ଧା ୩୨ ଲକ୍ଷ ଏମପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି । ସୁଭଦ୍ରା ଯୋଜନାରେ ଆଜି ସୁଦ୍ଧା ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଯାହା କ୍ଲିୟରାନ୍ସ ଆସିବ ୯ ତାରିଖରେ ସେମାନଙ୍କ ଖାତା ଟଙ୍କା ଆସିବ। ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ‘ସୁଭଦ୍ରା’ ଟଙ୍କା ମିଳିବ। ଆଜି ସୁଦ୍ଧା ‘ସୁଭଦ୍ରା’ ଯୋଜନାରେ ୧ କୋଟିରୁ ଅଧିକ ମହିଳାଙ୍କ ଆବେଦନ ପୂରଣ ହୋଇପାରେ ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆସନ୍ତା ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥିପାଇଁ ବାରିପଦାରେ ସଭା ଆୟୋଜିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ଏହି ଟଙ୍କା ପ୍ରଦାନ କରାଯିବ । ଦ୍ବିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ ଲକ୍ଷ ମହିଳା ସାମିଲ ହେବେ । ଅକ୍ଟୋବର ୭ ସୁଦ୍ଧା ଯେଉଁମାନେ ଆବେଦନ କରିଥିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ମହିଳାମାନେ ଏହି ଯୋଜନାରେ ସାମିଲ ହେବେ । ତେବେ ମାର୍ଚ୍ଚ ୮ ଯାଏଁ ସୁଭଦ୍ରା ଆବେଦନ ପାଇଁ ସମୟ ସୀମା ରହିଛି ।

