Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ । ରାସନ୍ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ଗାଇଡଲାଇନ୍ ଜାରି କରିଛନ୍ତି । ତୁରନ୍ତ କରନ୍ତୁ E-KYC: ରାସନ କାର୍ଡରେ ପଞ୍ଜୀକୃତ ସମସ୍ତ ସଦସ୍ୟଙ୍କ ପାଇଁ E-KYC ବାଧ୍ୟତାମୂଳକ କରାଯାଇଛି । ଯାହା ଫଳରେ ପ୍ରକୃତ ଯୋଗ୍ୟ ହିତାଧିକାରୀ ସରକାରଙ୍କ ସୁବିଧା ପାଇବାରୁ ବଞ୍ଚିତ ହେବେ ନାହିଁ ।

ସୂଚନା ଅନୁସାରେ ଅଗଷ୍ଟ ମାସରୁ ରାସନ କାର୍ଡ ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ ହୋଇଛି। ଚଳିତମାସ ୧୫ତାରିଖ ସୁଦ୍ଧା ରାସନକାର୍ଡର ଆଧାରଭିତ୍ତିକ ଇ-କେୱାଇସି ପ୍ରକ୍ରିୟା ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ୪୯ ଲକ୍ଷ ହିତାଧିକାରୀ ଇ-କେୱାଇସି କରିନଥିବାରୁ ଏହି ଯାଞ୍ଚ ତାରିଖ ଜାନୁଆରୀ ୩୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି।

ରାଜ୍ୟ ଭିତରେ ରାସନକାର୍ଡ ହିତାଧିକାରୀ ଥିବା ବୃଦ୍ଧବୃଦ୍ଧା ଓ ଅସୁସ୍ଥ ଲୋକଙ୍କୁ ଭେଟି କେୱାଇସି ଯାଂଚ କରିବା ନିମନ୍ତେ ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ବାହାରେ ଥିବା ଶ୍ରମିକମାନେ ଯୋଗାଯୋଗ କଲେ ସେଠାକୁ ମଧ୍ୟ ସରକାରୀ କର୍ମଚାରୀଙ୍କୁ ପଠାଯିବ ବୋଲି ରାଜ୍ୟ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।

Leave a Reply

Your email address will not be published. Required fields are marked *